ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେଉଛି ‘ଦାନା’

ଭୁବନେଶ୍ୱର,୨୪।୧୦: ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’ । ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେଉଛି ଦାନା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୬୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୯୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ।ଲ୍ୟାଣ୍ଡଫଲ୍ ବେଳେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି। ତା’ସହ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଗଛ, ବିଦ୍ୟୁତ୍ ଖୁଣ୍ଟ ଓ କଚା ଘରକୁ ବାତ୍ୟା ବିପଦ ପହଞ୍ଚାଇବାର ଆଶଙ୍କା ରହିଛି। ବାତ୍ୟା ପ୍ରଭାବରେ ଗତକାଲିଠୁ ବିଭିନ୍ନ ସ୍ଥାନରେ ବର୍ଷା ଚାଲିଛି।ସେହିପରି ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଓ ଭଦ୍ରକରେ ବାତ୍ୟାର ଅଧିକ ପ୍ରଭାବ ରହିବ। ପ୍ରବଳରୁ ଅତି ପ୍ରବଳ ପର୍ଷା ହେବା ସହ ଭୟଙ୍କର ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ସକାଳୁ ସକାଳୁ ଚାନ୍ଦବାଲି, ପୁରୀ, ଏବଂ କେନ୍ଦ୍ରାପଡାରେ ସକାଳୁ ସକାଳୁ ଅଧିକ ବର୍ଷା ହୋଇଛି। ଭୁବନେଶ୍ୱରରେ ମଧ୍ୟ ସକାଳୁ ବର୍ଷା ଜାରି ରହିଛି। ତେବେ ବାତ୍ୟା ପ୍ରଭାବରେ ଅଶାନ୍ତ ହେଲାଣି ସମୁଦ୍ର। ଏହା ପ୍ରଭାବରେ ଭିତରକନିକାରେ ଜୁଆର ପାଣି ମାଡି ଆସିଛି। ଏହାକୁ ଦେଖି ଭିତରକନିକାବାସୀ ଭୟଭୀତ ହୋଇଯାଇଛନ୍ତି। ବାତ୍ୟା ପୂର୍ବରୁ ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ସେ କହିଛନ୍ତି, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଉପକୂଳରେ ପ୍ରବଳ ଜୁଆର ଆସିବ। ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଜଗତସିଂହପୁରରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆଶଙ୍କା ରହିଛି ବୋଲି ସେ ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!