ଭୁବନେଶ୍ୱର,୨୪।୧୦: ବାତ୍ୟା ‘ଦାନା’ ଚାନ୍ଦବାଲିରେ ଛୁଇଁବ ସ୍ଥଳଭାଗ। ଦେଖାଗଲା ବାତ୍ୟା ‘ଦାନା’ର ଆଖି। ପାରାଦ୍ବୀପ ରାଡାରକୁ ଆସିଲା ବାତ୍ୟା ‘ଦାନା’ର ଆଖି। ଆଜି ରାତିରୁ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହେବ।ବାତ୍ୟା ‘ଦାନା’ ବଙ୍ଗୋପସାଗରରୁ ବଳ ଗୋଟାଇ ଭୀଷଣ ରୂପ ଧାରଣ କରି ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି । ଭୀଷଣ ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଉପକୂଳ ଆଡ଼େ ମୁହାଁଉଛି । ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ସାମାନ୍ୟ ରିକର୍ଭ କରିପାରେ। ‘ଦାନା’ ଯୋଗୁ କେନ୍ଦ୍ରାପଡ଼ା-ଭଦ୍ରକ ଅଧିକ ପ୍ରଭାବିତ ହେବେ। ‘ଦାନା’ର କୋପ ଯୋଗୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଗଲାଣି। ଧୀରେ ଧୀରେ ଏହା ବଢ଼ିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପ୍ରାୟ ୨ ମିଟର ଉଚ୍ଚର ଜୁଆର ଆସିବ ବୋଲି ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |