ବାତ୍ୟା ‘ଦାନା’ ମଧ୍ୟରାତ୍ରରେ ମାଡ଼ ହେଲା

ନୂଆଦିଲ୍ଲୀ ,୨୫ା୧୦: ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା। ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା। ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ଦାନା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କରିଥିଲା ସ୍ଥଳଭାଗ। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ। ଫଳରେ ଟଳିପଡ଼ିଥିଲା ଅନେକ ଗଛ। ଭାଙ୍ଗି ଯାଇଥିଲା ଚାଳ ଛପର ଘର।ବାତ୍ୟା ଦାନର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି । ବିଳମ୍ବିତ ରାତିରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡଫଲ ପ୍ରକ୍ରିୟା ବର୍ତ୍ତମାନ ଶେଷ ହୋଇଛି । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି । ବର୍ତ୍ତମାନ ସମୟରେ କିଛି ମାତ୍ରାରେ ଦୁର୍ବଳ ହୋଇ ଏହା ଘଣ୍ଟାକୁ 10 କିମି ବେଗରେ ଗତି କରୁଛି । ବାତ୍ୟା ଦାନା ବର୍ତ୍ତମାନ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଏହି ସମୟରେ ପବନର ବେଗ 80ରୁ 90 ରହିଥିବା ବେଳେ ଦଲକା ପବନର ବେଗ 100 କିଲୋମିଟର ରହିଛି ।ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଥିଲେ ହେଁ 3 ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!