ଭୁବନେଶ୍ୱର,୨୫ା୧୦: ବାତ୍ୟା ଦାନର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି । ବିଳମ୍ବିତ ରାତିରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡଫଲ ପ୍ରକ୍ରିୟା ବର୍ତ୍ତମାନ ଶେଷ ହୋଇଛି । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି । ବର୍ତ୍ତମାନ ସମୟରେ କିଛି ମାତ୍ରାରେ ଦୁର୍ବଳ ହୋଇ ଏହା ଘଣ୍ଟାକୁ 10 କିମି ବେଗରେ ଗତି କରୁଛି । ବାତ୍ୟା ଦାନା ବର୍ତ୍ତମାନ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି। ଏନେଇ ସେ ଏକ ବୈଠକ କରିଥିଲେ। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଥିଲେ।ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜିରୋ କାଜୁଆଲିଟିରେ ସଫଳ ହୋଇଛୁ। ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ସେ ପ୍ରଶଂସା କରିଛନ୍ତି। କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ବାଭାବିକ ହେବ।୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |