ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ରାଜନୀତି ସରଗରମ ହୋଇଛି। ଏବେ ଝାଡଖଣ୍ଡରେ ଭାଜପା ଓ ଇଣ୍ଡିଆ ମେଣ୍ଟ ଭିତରେ ସିଧା ଲଢେଇ ହେବାକୁ ଯାଉଛି।ଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ବିଜେପି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ଭାରତୀୟ ଜନତା ପାର୍ଟି । ଏହି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାର ପ୍ରଥମରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ଏହି ତାଲିକାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଅଛନ୍ତି । ସେହିପରି ବିଜେପି ପକ୍ଷରୁ ଜାରି ହୋଇଥିବା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଜେପି ନଡ୍ଡା, ରାଜନାଥ ସିଂ, ଅମିତ ଶାହ, ନୀତିନ ଗଡ଼କରୀ, ଶିବରାଜ ସିଂ ଚୌହାନ, ହିମନ୍ତ ବିଶ୍ୱ ଶର୍ମାଙ୍କ ଭଳି ବରିଷ୍ଠ ନେତା ସାମିଲ ଅଛନ୍ତି ।ତେବେ ଏହାରି ଭିତରେ ଭାଜପା ଝାଡଖଣ୍ଡ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଭାଜପା। ସବୁଠାରୁ ବିଶେଷ କଥା ହେଉଛି ଏହି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଛନ୍ତି। ଏହା ବ୍ୟତୀତ ତାଲିକାରେ ପ୍ରଧାନମନ୍ତ୍ରୀ ମୋଦି, ଜେ.ପି ନଡ୍ଡା, ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡ଼କରୀ, ଶିବରାଜ ସିଂ ଚୌହାନ ସ୍ଥାନ ପାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |