ଭୁବନେଶ୍ୱର,୨୫।୧୦:ବାତ୍ୟା ଦାନାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ତେବେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ପରର ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ୪ ଘଣ୍ଟା ଭିତରେ ରାସ୍ତା ସଫା ସରିଗଲାଣି । ଟେଲିକମ୍ୟୁନିକେସନ ବିଭାଗରୁ କୌଣସି ଅଭିଯୋଗ ଆସିନି । ଶକ୍ତି ଓ ସ୍ୱାସ୍ଥ୍ୟ ବିଭାଗ ଭଲ କାମ କରିଛନ୍ତି । କିଛି ଜାଗାରେ ତାର ଛିଣ୍ଡିଯିବା ଯୋଗୁଁ ବିଦ୍ୟୁତ୍ ବ୍ୟାଘାତ ହୋଇଛି । ତେବେ ସୂର୍ଯ୍ୟାସ୍ତ ପୂର୍ବରୁ ସବୁ ସ୍ଥାନକୁ ବିଦ୍ୟୁତ୍ ଆସି ସାରିଥିବ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।ଆଶା ଦିଦି ଶ୍ରାବଣୀଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ରାଜସ୍ବ ମନ୍ତ୍ରୀ। ଗୋ ସମ୍ପଦକୁ ସୁରକ୍ଷା କରିବାରେ ଓଡ଼ିଶା ସରକାର ରେକର୍ଡ କରିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ମନ୍ତ୍ରୀ। ସୁରେଶ ପୂଜାରୀ ଦାନାର ଅର୍ଥ ଦୟା॥ ବାତ୍ୟା ଓଡ଼ିଶା ପ୍ରତି ସମ୍ବେଦନଶୀଳ ଥିଲା। ଅତୀତରେ ସଫଳତା ପାଇଛୁ । ଆସନ୍ତକାଲି କ୍ଷେତ୍ର ପରିଦର୍ଶନ କରାଯିବ। ୨୬ ତାରିଖରେ ଫିଲ୍ଡ ଷ୍ଟାଫ କ୍ଷୟକ୍ଷତି ଆକଳନ କରିବେ। ଫସଲ ଓ ଘର କ୍ଷୟକ୍ଷତି ଆକଳନ ୭ ଦିନ ଭିତରେ ହେବ। ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି। ଆସନ୍ତାକାଲି ଏରିୟଲ ଭାବେ ପ୍ରାଥମିକ ଆକଳନ କରାଯି॥ ଭଦ୍ରକ ଓ କେନ୍ଦ୍ରାପଡ଼ା ବିଶେଷ ପ୍ରଭାବିତ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |