ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।ଏନ୍କାଉଣ୍ଟରରେ କ୍ୟାଡର ନକ୍ସଲ ନିହତ। ଏଥିସହ AK 47 ଜବତ ହୋଇଛି। ମୃତ ନକ୍ସଲ KKBN ଡିଭିଜନର। ଏପରି ଖବର ଆସିଛି କନ୍ଧମାଳ ଜିଲ୍ଲାରୁ। ଏବେ ମଧ୍ୟ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଚାଲିଛି।ବାଲିଗୁଡ଼ା ଥାନା ବୁଢ଼ାନଈ ସଂରକ୍ଷିତ ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ଥିବା ଜଣାପଡ଼ିଥିଲା। ଏ ପରେ ସୁରକ୍ଷା କର୍ମୀମାନେ ସର୍ଚ୍ଚ ଅପରେସନ୍ରେ ଯାଇଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଚାଲିଥିବା ବେଳେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଯାହାର ଜବାବ ଦେଇଥିଲେ ସୁରକ୍ଷା କର୍ମୀ। ଉଭୟଙ୍କ ଭିତରେ ଦୀର୍ଘ ସମୟ ଧରି ଚାଲିଥିଲା ଗୁଳି ବିନିମୟ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |