ଭୁବନେଶ୍ୱର,୨୬ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ସିଭିଲ) ପଦର ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ରାଜ୍ୟ ପଞ୍ଚାୟତିରାଜ ଇଞ୍ଜିନିୟରିଂ ସେବାରେ ଏହି ପଦ ପୂରଣ ହେବ । ଆସନ୍ତା ମାସ ୮ ତାରିଖ (ରବିବାର) ଦିନ ସକାଳ ୧୦ଟାରୁ ୧୧.୩୦ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ । ପିଡବ୍ଲ୍ୟୁଡି ପ୍ରାର୍ଥୀଙ୍କ ପାଇଁ ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଖୁବଶୀଘ୍ର ପ୍ରିଲିମ୍ସ ପରୀକ୍ଷାକୁ ନେଇ ସମ୍ପୂର୍ଣ୍ଣ ପ୍ରୋଗ୍ରାମ ଜାରି କରାଯିବ । ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ଯାଇ ପ୍ରାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |