ଭୁବନେଶ୍ଵର,୨୮ା୧୦ : ନବୀନ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ େଯାଜନା ନୀତିକୁ ଅତୀତରେ ଜାତୀୟ ଓ ଅନ୍ତର୍ଜାତୀୟ ସଂସ୍ଥା ସମେତ କେନ୍ଦ୍ର ସରକାର ସ୍ବୀକୃତି ପ୍ରଦାନ କରିବା ସହ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ କରିଛନ୍ତି। ଏହି କ୍ରମରେ ଜନ ପରିବହନ କ୍ଷେତ୍ରରେ ନବୀନଙ୍କ ଅଭିନବ ପଦକ୍ଷେପକୁ ସ୍ବୀକୃତି ପ୍ରଦାନ କରି ଆଜି କେନ୍ଦ୍ର ସରକାର ପୁରସ୍କୃତ କରିଛନ୍ତି। କେନ୍ଦ୍ର ଗୃହ ନିର୍ମାଣ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଭୁବନେଶ୍ୱରକୁ ଦେଶର ସବୁଠାରୁ ଶ୍ରେଷ୍ଠ ଜନପରିବହନ ବ୍ୟବସ୍ଥାର ସହର ବା ‘ସିଟି ଉଇଥ୍ ବେଷ୍ଟ ପବ୍ଲିକ୍ ଟ୍ରାନ୍ସପୋର୍ଟ ସିଷ୍ଟମ୍’ର ମାନ୍ୟତା ଦେବା ସହ ପୁରସ୍କୃତ କରିଛି। ରାଜଧାନୀରେ ଗଡୁଥିବା ମୋ ବସ୍ ଏବଂ ମୋ ଇ ରାଇଡ୍ ସେବା ପାଇଁ ସିଟି ଓ୍ବିଥ୍ ବେଷ୍ଟ ପବ୍ଲିକ୍ ଟ୍ରାନ୍ସପୋର୍ଟ ସିଷ୍ଟମ୍ ର ମାନ୍ୟତା ମିଳିବା ସହ ପୁରସ୍କାର ପ୍ରଦାନ କରାଯାଇଛି। ଗୁଜୁରାଟର ଗାନ୍ଧୀ ନଗରରେ ୧୭ତମ ଅର୍ବାନ୍ ମୋବିଲିଟି ଇଣ୍ଡିଆ କାର୍ଯ୍ୟକ୍ରମରେ ଓଡିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ମାନ ଗ୍ରହଣ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |