OAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର ,,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି।  ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ରାଜ୍ୟ ସରକାର ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । କିଛି ଅଧିକାରୀଙ୍କୁ ନୂଆ ସ୍ଥାନରେ ମିଳିଛି ଦାୟିତ୍ୱ । ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ୱର ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ମହିଳା ଓ ଶିଶୁ ବିକାଶ ବିଭାଗର ଯୁଗ୍ମ ସଚିବ ଭାବେ ଗୋପୀନାଥ କୁଅଁରଙ୍କୁ ଦାୟିତ୍ୱ ଦିଆଯାଇଛି । ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ ଭାବେ ବିନୋଦ କୁମାର ଜେନାଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଶୈଳେଚନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକତିର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!