ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ।ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ ।କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ଆସନ୍ତା ୨୯ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସିରେ ଓଡ଼ିଶାରେ ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।ସାରା ଦେଶରେ ଆସନ୍ତାକାଲି ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ।ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ।ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |