ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୨୯।୧୦ : ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ଫଳରେ ପୁଣି ଥରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ସମାଗମ ଆରମ୍ଭ ହୋଇ ଯାଇଛି।ବାତ୍ୟା “ଦାନା”ର ପ୍ରକୋପ ଯୋଗୁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ । ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟରେ ପର୍ଯ୍ୟଟକଙ୍କ ଗାଡ଼ି ଯିବା ସମ୍ଭବପର ନ ଥିଲା।ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା  ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା।ଆଜି ପାଗ ଶୁଖିଲା ହେବା ପରେ ଶିମିଳିପାଳକୁ ଖୋଲିବା ସହ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!