ଭୁବନେଶ୍ୱର,୨୯।୧୦: ଗୋବରରୁ ପ୍ରସ୍ତୁତ ଗୋ କାଷ୍ଠରେ ହେବ ଶବଦାହ। ସରକାର ଏ ନେଇ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଖୁବ ଶୀଘ୍ର ବିଚାର ବିମର୍ଶ କରି ପଦକ୍ଷେପ ନେବେ ସରକାର। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ଏଣିକି ଘସିରେ ହେବ ଶବଦାହ। ସ୍ବର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଯୋଜନା ପ୍ରସ୍ତୁତି କରୁଛି । ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ସେ କହିଛନ୍ତି, ହିନ୍ଦୁ ଶାସ୍ତ୍ର ଅନୁଯାଯୀ, ଗୋବରକୁ ଶବ ଦାହରେ ବ୍ୟବହାର କରାଯିବ । ସ୍ବର୍ଗଦ୍ୱାର କମିଟି ସହ ଆଲୋଚନା କରାଯିବ । ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ। ପରେ ଏନେଇ ଖୁବ ଶୀଘ୍ର ବିଚାର ବିମର୍ଶ କରି ସରକାର ପଦକ୍ଷେପ ନେବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |