ଭୁବନେଶ୍ୱର,୨୯।୧୦:ଦୀପାବଳି ପାଳନ କରିବା ପାଇଁ ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି|ଗାଇଡ୍ଲାଇନ୍ରେ କୁହାଯାଇଛି, ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ମନା କରାଯାଇଛି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି ସହ ରାସ୍ତା ଓ ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ ମନା କରାଯାଇଛି। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |