ପୁରୀ,୪ା୧୧:ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀ ବଳଭଦ୍ର। ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ବଡ଼ ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ।ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ବିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହର ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ l କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରାଇବେ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |