ନୂଆଦିଲ୍ଲୀ,୫।୧୧: ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ ଅଧିବେଶନ ହେବ। ଏହି ଅଧିବେଶନ ପୁରୁଣା ସଂସଦର ସେଣ୍ଟ୍ରାଲ ହଲରେ ଅନୁଷ୍ଠିତ ହେବ। ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମ ଆୟୋଜିତ ହେବ। ସଂସଦର ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି।ସଂସଦର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୫ରୁ ଆରମ୍ଭ ହେବ। ଏହା ଡିସେମ୍ବର ୨୦ ଯାଏ ଚାଲିବ ବୋଲି ଆଜି ସଂସଦୀୟ ବ୍ୟାପାର ମନ୍ତ୍ରୀ କରି ରିଜିଜୁ ସୂଚନା ଦେଇଛନ୍ତି।୨୫ରୁ ଅଧିବେଶନ ଆରମ୍ଭ ହେଉଥିବା ବେଳେ ଏହାର ଦ୍ୱିତୀୟ ଦିନ ଅର୍ଥାତ ନଭେମ୍ବର ୨୬ ବା ସମ୍ବିଧାନ ଦିବସରେ କେନ୍ଦ୍ରୀୟ ହଲ୍ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂର୍ତ୍ତି ପାଇଁ ଏପରି କାର୍ଯ୍ୟକ୍ରମ କରାଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |