ମେଡିସିନ୍ ଫାର୍ମରୁ ବେଆଇନ୍ କଫ ସିରପ୍ ଜବତ

କଟକ,୭|୧୧:କଟକରେ ଥିବା ଏକ ମେଡିସିନ୍ ଫାର୍ମ ଉପରେ ହେଲେ ରାତି ଅଧିଆ ଚଢ଼ାଉ। ଚଢ଼ାଉ ସମୟରେ ଜବତ ହେଲା ପୁଳା ପୁଳା ବେଆଇନ୍ କଫ ସିରପ୍। କଟକରେ ଡ୍ରଗ୍ସ କଣ୍ଟ୍ରୋଲ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ ବେଳେ ବିପୁଳ ପରିମାଣର ବେଆଇନ୍ କଫ୍ ସିରପ ଜବତ ହୋଇଛି।ଗତକାଲି ରାତିରେ କଟକ ସଦର ଥାନା ଅନ୍ତର୍ଗତ ସୁମାଣ୍ଡି ଗାଁରେ ଥିବା ଏକ ମେଡ଼ିସିନ ଫାର୍ମ ଉପରେ ଏହି ଚଢାଇ ହୋଇଥିଲା। ବେଆଇନ୍ ଔଷଧ କିଣିବା, ବିକ୍ରି ଓ ଗଛିତ ରଖିବା ଅଭିଯୋଗରେ ଶଙ୍ଖତ୍ରାସ ଅଞ୍ଚଳର କ୍ରିଷ୍ଣା ମେଡ଼ିସିନ୍ ଫାର୍ମର ମାଲିକ ଜୟରାମ ସାହୁ ଓ ସହଯୋଗୀ ପ୍ରଫୁଲ୍ଲ କୁମାର ଜେନାଙ୍କୁ ଗିରଫ କରିଛି ଅବକାରୀ ବିଭାଗ।ବେଆଇନ୍ ଔଷଧ  କିଣିବା, ବିକ୍ରି ଓ ଗଛିତ ରଖିବା ଅଭିଯୋଗରେ ଶଙ୍ଖତ୍ରାସ ଅଞ୍ଚଳର କ୍ରିଷ୍ଣା ମେଡ଼ିସିନ୍ ଫାର୍ମର ମାଲିକ ଜୟରାମ ସାହୁ ଓ ସହଯୋଗୀ ପ୍ରଫୁଲ୍ଲ କୁମାର ଜେନା ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଫାର୍ମରୁ ୩୨ ପ୍ରକାରର ବେଆଇନ୍ ଔଷଧ ସହ ବିପୁଳ ପରିମାଣର କଫ୍ ସିରପ ଜବତ୍ ହୋଇଛି। ଲାଇସେନ୍ସ ପ୍ରାପ୍ତ ମେଡ଼ିସିନ୍ ଫାର୍ମକୁ ସିଲ୍ କରିଦିଆଯାଇଛି। ବେଆଇନ୍ ଔଷଧ ସାମଗ୍ରୀ ଓ କଫ୍ ସିରପ ବିକ୍ରି ଅଭିଯୋଗ ପାଇ ଅବକାରୀ ବିଭାଗ ପକ୍ଷରୁ ପୂର୍ବରୁ ଖୋଳତାଡ ଚାଲିଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!