ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ, ଆଗାମୀ ୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୧୧।୮:ପାଣିପାଗ ବିଭାଗ ଦେଇଛି ଏକ ବଡ଼ ସୂଚନା । ବଙ୍ଗୋପସାଗରରେ ପୁଣିଥରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଲଘୁଚାପ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପୂର୍ବ ସୂଚନା ଦେଇଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପୁଣିଥରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ବୋଲି କହିଛି ପାଣିପାଗ ବିଭାଗ ।ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ସୂଚନା ଦେଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇପାରେ। ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ।ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ୧୨ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ତାମିଲନାଡୁ, କେରଳ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!