ଭୁବନେଶ୍ୱର,୮।୧୧: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ବୈପାରୀଗୁଡ଼ା ସିଏଚ୍ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁ। ବକେୟା ଦରମା କରାଇ ଦେବାକୁ ୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି|ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆଉ ଜଣେ ଡାକ୍ତର। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁଙ୍କୁ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଧରିଛି।ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କାର୍ଯ୍ୟରତ ଜଣେ କର୍ମଚାରୀ ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁଙ୍କୁ ବକେୟା ଦରମା ଦେବାକୁ ବାରମ୍ବାର ନିବେଦନ କରିବା ପରେ ସେଥିପ୍ରତି କର୍ଣ୍ଣପାତ କରିନଥିଲେ ଡାକ୍ତର। ପରେ ସେ ୪୦ ହଜାର ଟଙ୍କା ଦେଲେ ବକେୟା ଦରମା କରାଇ ଦେବେ ବୋଲି କହିଥଲେ। ଏହି ଘଟଣାରେ ବୈପାରୀଗୁଡ଼ା ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜଣେ ଫାର୍ମାସିଷ୍ଟ ମଧ୍ୟସ୍ଥତା କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |