ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା

ଭୁବନେଶ୍ୱର,୮।୧୧: ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଶୁକ୍ରବାର ଏକ ଖୁସି ଖବର ଆସିଛି। ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କୁ ନୂଆ ଜମି ଓ ଘର କିଣିବା ପାଇଁ ସରକାର ଅଗ୍ରୀମ ଟଙ୍କା ଦେବାରେ ବ୍ୟବସ୍ଥା କରୁଛନ୍ତି। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଡିଇଓଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ। ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। ଏସବୁ ପାଇଁ ଆବେଦନକାରୀମାନେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି କରାଯାଇଛି। ନୂଆ ଜମି ଓ ଘର କିଣିବା ପାଇଁ ଆବେଦନକାରୀଙ୍କୁ ତଥ୍ୟ ପ୍ରଦାନ ପାଇଁ କୁହାଯାଇଛି। ନୂଆ ଜମି କ୍ରୟ ପାଇଁ ଆବେଦନ କରିଥିବା ଶିକ୍ଷକ ତଥ୍ୟ ଦେବେ। ଜମିର ମୂଲ୍ୟ ଓ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!