୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର,୯।୧୧: ଆସନ୍ତା ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀମାନେ ପାଇବେ। ଏନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଏହି ପର୍ଯ୍ୟୟରେ ଯିବ ‘ସୁଭଦ୍ରା’ ଟଙ୍କା। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନାନୁଯାୟୀ, ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ।ସେ କହିଛନ୍ତି, ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇସାରିଥିବା ବେଳେ ବ୍ଲକସ୍ତରରେ ଖାରଜ ତାଲିକା ପ୍ରସ୍ତୁତ ହୋଇଛି। ଏହା ମଧ୍ୟରେ ବ୍ୟାଙ୍କ,ଆଧାର କାର୍ଡରେ ଥିବା ତ୍ରୁଟି ସଂଶୋଧନ କରିନେଲେ ସେମାନଙ୍କୁ ଏହି ପର୍ଯ୍ୟାୟରେ ସାମିଲ କରାଯିବ । ନଚେତ ବାଦ ପଡ଼ିଥିବା ମହିଳାମାନଙ୍କୁ ଆସନ୍ତା ପର୍ଯ୍ୟାୟରେ ସାମିଲ କରିବାକୁ ଟାର୍ଗେଟ ରଖାଯାଇଛି।ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜାନରୁ ବଞ୍ଚିତ ହେବେନି। ସମସ୍ତ ହକଦାରଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!