ଭୁବନେଶ୍ୱର,୯ା୧୧: ଆସନ୍ତା ୧୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ଆସନ୍ତା ୧୫ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲାରେ ଆୟୋଜିତ ‘ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ଯୋଗ ଦେବେ।ଚଳିତ ବର୍ଷ ଜନଜାତି ଗୌରବ ଦିବସକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ । ବିର୍ସା ମୁଣ୍ଡାଙ୍କ ଜନ୍ମ ତିଥିରେ ପାଳନ ହେବ ଗୌରବ ଦିବସ । ଏହା ଆସନ୍ତା ନଭେମ୍ବର ୧୫ରୁ ଆରମ୍ଭ ହୋଇ ଦେଶବ୍ୟାପି ଚାଲିବ । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ମିଶ୍ର ସୂଚନା ଦେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |