ଭୁବନେଶ୍ୱର,୯ା୧୧: ଭୁବନେଶ୍ୱରର ବଡଗଡରେ ଥିବା ଏକ କପଡା ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସର୍ଟ ସର୍କିଟ୍ରୁ ନିଆଁ ଲାଗି ଥିବା ପ୍ରାଥମିକ ତଦନ୍ତରୁୁ ଜଣାପଡିଛି । ମାଲିକଙ୍କ ମାର୍କେଟ୍ ବିଲ୍ଡିଂରେ ଦୋକାନ ଥିବା ବେଳେ ବଡଗଡରେ ତାଙ୍କର ଗୋଦାମ ରହିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |