ଭୁବନେଶ୍ୱର,୧୦।୧୧: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉଦଘାଟନ କରିଛନ୍ତି। ଏଥିରେ “ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ” ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରାଯିବା ସହ ଖାଦ୍ୟ ନିରାପତ୍ତା ତଥା ଚିରନ୍ତନ କୃଷି ପଦ୍ଧତି ଏବଂ ବିସ୍ମୃତ ଖାଦ୍ୟର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ପ୍ରୋତ୍ସାହନ ଦିଆଯାଉଛି। ‘ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ’ ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରିଛନ୍ତି। । ଏଥିସହ ଖାଦ୍ୟ ନିରାପତ୍ତା ତଥା ଚିରନ୍ତନ କୃଷି ପଦ୍ଧତି ଏବଂ ବିସ୍ମୃତ ଖାଦ୍ୟର ଗୁରୁତ୍ବପୂର୍ଣ୍ଣ ଭୂମିକାକୁ ପ୍ରୋତ୍ସାହନ ଦିଆଯାଉଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଏହି ସମ୍ମିଳନୀ ମାଧ୍ୟମରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, କୃଷକ ଉତ୍ପାଦକ ସଂଗଠନ, ନୀତି ନିର୍ଦ୍ଧାରକ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ, ଗବେଷଣା ପ୍ରତିଷ୍ଠାନ, ସ୍ବାସ୍ଥ୍ୟ ଅନୁଷ୍ଠାନ, ହୋଟେଲ ଆସୋସିଏସନ୍, ସେଫ୍ ସଂଗଠନ, ବ୍ଲଗର୍ ଏବଂ ଛାତ୍ରଙ୍କ ସମେତ ବହୁ ହିତାଧିକାରୀଙ୍କୁ ସାମିଲ କରାଯାଇ ଶ୍ରୀ ଅନ୍ନ ଏବଂ ବିସ୍ତୃତ ଖାଦ୍ୟକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ରୋଡ୍ମ୍ୟାପ୍ ପ୍ରସ୍ତୁତ କରିବା ନେଇ ଲକ୍ଷ୍ୟ ରଖାଯାଇଛି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଦିମ କାଳରୁ, ପୁଷ୍ଟିଶସ୍ୟ ଓ ଏହାର ଚାଷ ପ୍ରଣାଳୀ ଆମ ଆଦିବାସୀ ଜନଜାତି ସମ୍ପ୍ରଦାୟଙ୍କ କୃଷି ଐତିହ୍ୟର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଛି। ପୁଷ୍ଟିଶସ୍ୟର ପ୍ରାଚୀନତା ଏବଂ ଭାରତୀୟ ସଂସ୍କୃତି ଓ ଐତିହ୍ୟ ସହିତ ଏହାର ନିବିଡତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମିଲେଟ୍ ବା ପୁଷ୍ଟିଶସ୍ୟକୁ “ଶ୍ରୀ ଅନ୍ନ” ନାମରେ ପୁନଃନାମିତ କରିଛନ୍ତି। ପୁନପ୍ରଚଳିତ କୃଷି ପ୍ରଣାଳୀ ମାଧ୍ୟମରେ ବିସ୍ମୃତ ଖାଦ୍ୟ ଓ ଶସ୍ୟକୁ ପ୍ରୋତ୍ସାହିତ କରିବା ଦିଗରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ହେଉଛି ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ପୋଷକତତ୍ତ୍ଵରେ ଭରପୁର ଏହି ଫସଲ କେବଳ ଆମ ଖାଦ୍ୟ ସଂସ୍କୃତିକୁ ସଂରକ୍ଷିତ କରି ରଖିବାରେ ନୁହେଁ, ବରଂ ଆମ ଚାଷୀ ଭାଇଭଉଣୀଙ୍କ ରୋଜଗାର ବୃଦ୍ଧି ଓ ସ୍ଵାସ୍ଥ୍ୟ ଉପକାରିତାରେ ଏହା ସହାୟକ ହୋଇପାରିବ। ଆମେ ସମସ୍ତେ ମିଳିମିଶି ଚିରନ୍ତନ କୃଷି ପଦ୍ଧତି, ଜଳବାୟୁ ସହନଶୀଳ ଖାଦ୍ୟ ପ୍ରଣାଳୀ ଏବଂ ଆମ ଖାଦ୍ୟ ଐତିହ୍ୟକୁ ଆହୁରି ସମୃଦ୍ଧ ଓ ପ୍ରଚାର ପ୍ରସାର କରିବାରେ ସଫଳ ହୋଇପାରିବା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝି ଆଶା ବ୍ୟକ୍ତ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |