ଭୁବନେଶ୍ୱର,୧୧ା୧୧: ନର୍ସଙ୍କ ଡ୍ରେସ କୋଡ୍କୁ ନେଇ ପରିବର୍ତ୍ତନ|ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍ କୋଡ୍ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।ତେବେ ସିନିୟର୍ ନର୍ସିଂ ଅଫିସରଙ୍କ ପାଇଁ ଈଷତ୍ ବାଇଗଣୀ ରଙ୍ଗର ଡ୍ରେସ୍ କୋଡ୍ ଥିବାବେଳେ ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ କେୟନ ବ୍ଲୁ ରଙ୍ଗର ଡ୍ରେସ୍ କୋଡ୍ ରହିଛି। ସେହିପରି ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ/ନର୍ସିଂ ସୁୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ଧଳା ରଙ୍ଗ ରହିଛି। ଜେନେରାଲ ଓ୍ବାର୍ଡରେ ଡ୍ୟୁଟି କରୁଥିବା ନର୍ସ ଧଳା ରଙ୍ଗର ଆପ୍ରନ୍ ପିନ୍ଧିବେ ବୋଲି ନିଷ୍ପତ୍ତି ନିଆଯାଇଛି। ନର୍ସିଂ ଅଫିସରଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |