ଆଜି କାର୍ତ୍ତିକ ମାସର ଶେଷ ସୋମବାର, ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୧୧ା୧୧:କାର୍ତ୍ତିକ ମାସର ଆଜି ଶେଷ ସୋମବାର। ଏଥିପାଇଁ କଟକ ଆଠଗଡସ୍ଥିତ ବାବା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ଆଜି ଠାରୁ ଧବଳେଶ୍ଵରଙ୍କ ନିକଟରେ ପୂର୍ବ ପରମ୍ପରା ଅନୁସାରେ ପ୍ରଥମ ପଞ୍ଚୁକର ରୀତିନୀତି ଆରମ୍ଭ ହୋଇଛି। ରାତି ୩ଟା ରୁ ପହଡ ଖୋଲାଯାଇ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ଵର। ବହୁ ସଂଖ୍ୟକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ସହଜ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!