ପୁରୀ,୧୧।୧୧: ଆଜି କାର୍ତ୍ତିକ ମାସର ଶେଷ ସୋମବାର। ମହାପ୍ରଭୁ ଆଜି ହରିହର ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି। ଅବକାଶ ନୀତି ପରେ ହରିହର ବେଶରେ ସଜିତ କରାଯିବ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି । ମଙ୍ଗଳବାରଠାରୁ ଆରମ୍ଭ ହେଉଛି କାର୍ତ୍ତିକ ମାସର ମହା ପଞ୍ଚୁକ ବ୍ରତ। ଏଥିପାଇଁ ଶ୍ରୀକ୍ଷେତ୍ରରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥର ୫ ଦିନ ବଦଳରେ ୪ ଦିନ ପାଳନ କରାଯିବ ପଞ୍ଚୁକ ବ୍ରତ। ତେଣୁ ଭକ୍ତ ମାନଙ୍କୁ ୪ ଟି ବେଶରେ ଦର୍ଶନ ଦେବେ ମହାପ୍ରଭୁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |