ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର,୧୧।୧୧: ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି। ଋତୁସ୍ରାବ ପାଇଁ ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସମସ୍ତ ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ହେବା ପର୍ଯ୍ୟନ୍ତ ବାର୍ଷିକ ୧୨ ଦିନର ଏହି ଋତୁସ୍ରାବ ଜନିତ ଅତିରିକ୍ତ ଛୁଟି ନେଇପାରିବେ।ପ୍ରତି ମାସର ଦିନଟିଏ ଋତୁସ୍ରାବ ଜନିତ ଛୁଟି ସେହି ମାସରେ ହିଁ ନେବାକୁ ପଡ଼ିବ। ଗୋଟିଏ ମାସର ଛୁଟି ପରବର୍ତ୍ତୀ ମାସକୁ ସ୍ଥାନାନ୍ତରିତ କରାଯାଇପାରିବ ନାହିଁ ବୋଲି ଅର୍ଥ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି। ଏହା ପୂର୍ବରୁ ଗତ ମାସରେ ମହିଳା ସରକାରୀ କର୍ମଚାରୀମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ପ୍ରଚଳିତ ୧୦ ଦିନ ସାମୟିକ ଛୁଟି(କାଜୁଆଲ ଲିଭ) ଓ ୫ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି(ସ୍ପେଶାଲ ଲିଭ୍‌) ସହିତ ମହିଳାମାନେ ଏହି ୧୨ ଦିନ ଅତିରିକ୍ତ ଛୁଟି ପାଇପାରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!