ଆଠଗଡ ,୧୨ା୧୧: ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର|ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ଏହି ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ବାବା ଧବଳେଶ୍ଵରଙ୍କ ପୀଠ। ପ୍ରଥମ ଦିନରେ ପ୍ରଭୁ ଧବଳେଶ୍ୱର ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାଦେବଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥିଲା । ଶେଷରେ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ମନ୍ଦିର ମଧ୍ୟକୁ ଛଡ଼ା ଯାଇଥିଲା ।ଆଗକୁ ରହିଛି ବଡ଼ ଓଷା । ପବିତ୍ର ପୀଠରେ ମହା କାର୍ତ୍ତିକ ମାସର ବଡ଼ ପର୍ବ ହେଉଛି ବଡ଼ ଓଷା। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ସେଥିପାଇଁ ଆଜି ପୂଜକ ସମିତି ପକ୍ଷରୁ ଗଜ ଭୋଗ ପ୍ରସ୍ତୁତ ନିମନ୍ତେ ଚୂନା କୁଟା କରାଯିବ । ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦଯାପନ କରିଥାଆନ୍ତି ।କାର୍ତ୍ତିକ ପୂର୍ଣ୍ଣିମା ଦିନ ଯୋଗୀ ବେଶରେ ଦର୍ଶନ ଦେବେ ମହାଦେବ । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ପୁଲିସ ପ୍ରଶାସନ ପକ୍ଷରୁ ମନ୍ଦିର ଓ ମନ୍ଦିର ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |