ଭୁବନେଶ୍ୱର,୧୨ା୧୧ : ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମଙ୍ଗଳବାରଠାରୁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ୍ ପରିସରରେ ଆରମ୍ଭ ହେବ। ୧୪ ତାରିଖ ଯାଏ ଚାଲିବାକୁ ଥିବା ଏହି ମହୋତ୍ସବରେ ବ୍ଲକ ଓ ଜିଲାସ୍ତରୀୟ ପ୍ରତିଯୋଗିତାରେ କୃତୀ ୨ହଜାର ଛାତ୍ରୀଛାତ୍ର ଅଂଶଗ୍ରହଣ କରିବେ। ବିଭିନ୍ନ ପ୍ରତିଯୋଗିତା ସହ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତ୍କାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଶିଶୁ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଧାୟକ ବାବୁ ସିଂ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗଦେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |