ଭୁବନେଶ୍ୱର,୧୨।୧୧: ଆସନ୍ତାବର୍ଷ ୨୦୨୫ ପାଇଁ ସରକାରୀ ଛୁଟି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୬ ଟି ସରକାରୀ ଛୁଟି ରହିଛି। ଆଜି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୫ କ୍ୟାଲେଣ୍ଡର ବର୍ଷ ପାଇଁ ଆଜି ଛୁଟି ତାଲିକା ଜାରି ହୋଇଛି । ତାଲିକାରେ ୨୬ଟି ସରକାରୀ ଛୁଟି ଦିବସ ଓ ୮ଟିଇଚ୍ଛାଧୀନ ଛୁଟି ଦିବସ ରହିଛି ।ଅନ୍ୟପଟେ ୨୦୨୫ ବର୍ଷ ପାଇଁ ଥିବା ୩୦ଟି ସରକାରୀ ଛୁଟି ୧୪ ଜାନୁଆରୀ ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇ ୨୫ ଡିସେମ୍ବର ବ ଦିନ ପଯ୍ୟନ୍ତ ରହିଛି। ଏହି ଦିନଗୁଡିକ ସରକାରୀ କାର୍ଯ୍ୟାଳୟ ସମେତ ରାଜସ୍ବ ଓ ମାଜିଷ୍ଟ୍ରେଟ କୋର୍ଟ ମଧ୍ୟ ବନ୍ଦ ରହିବ। ସେପଟେ ଜାନୁଆରୀ ୬ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୨୮ରେ ଶବ-ଇ-କାଦର, ଏପ୍ରିଲ ୧୯ରେ ଇଷ୍ଟର, ମେ’ ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୫ରେ ବାହୁ ଯାତ୍ରା, ଅଗଷ୍ଟ ୩୧ ଅଁଳା ନବମୀ, ନଭେମ୍ବର ୧୨ ପ୍ରଥମାଷ୍ଟମୀ ଏବଂ ଡିସେମ୍ବର ୨୫ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |