ଗ୍ୟାଙ୍ଗଟକ୍,୧୨।୧୧: ଥରିଲା ସିକ୍କିମ। ମଙ୍ଗଳବାର ଅପରାହ୍ନରେ ରାଜ୍ୟର କିଛି ଅଞ୍ଚଳରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ଥିବା ଜଣାପଡ଼ିଛି। ତେବେ ଭୂକମ୍ପରେ ଜନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ତେବେ ଗ୍ୟାଙ୍ଗଟକ୍ରେ ୫ କିମି ତଳେ ଭୂକମ୍ପ ଝଟ୍କା ଆସିଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |