ନୂଆବର୍ଷରୁ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର,୧୩।୧୧:ନୂଆବର୍ଷରୁ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ସେଥିପାଇଁ ନଭେମ୍ୱର ମାସ ସୁଦ୍ଧା ଇ- କେୱାଇସି ଯାଞ୍ଚ ସରିବ । ଆବେଦନକାରୀଙ୍କ ମଧ୍ୟରୁ ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ଏବେ ବି ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ । ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ । ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ । ୨୦୨୫ ଜାନୁଆରୀରେ ସମସ୍ତଙ୍କୁ ନୂଆ ରାସନ କାର୍ଡ ମିଳିବାକୁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!