ପୁରୀ,୧୪ା୧୧:ଆଜି ପଞ୍ଚୁକର ତୃତୀୟ ଦିନ। ପୁରୀ ଶ୍ରୀମନ୍ଦିରରେ ଆଡ଼କିଆ ବା ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସକାଳେ ଅବକାଶ ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କୁ ଏହି ବେଶରେ ବିଭୂଷିତ କରାଯାଇଥିଲା।ପୁଷ୍କାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥିଲେ। ଆଡ଼କିଆ ବେଶରେ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଇଛି। ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଛି।ପଞ୍ଚୁକ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲକ୍ଷାଧିକ ଭକ୍ତଙ୍କର ପୁରୀରେ ସମାଗମ ହୋଇଛି। ହରିବୋଲ ହୁଳହୁଳି ସହ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଛି ପୁରୀ ବଡଦାଣ୍ଡ। ବେଶ ଦର୍ଶନ ପାଇଁ ଲମ୍ବା ଲାଇନରେ ଭକ୍ତମାନେ ଦର୍ଶନ କରୁଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |