ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ଗଜଭୋଗ

କଟକ,୧୪।୧୧: ଧବଳେଶ୍ୱର ବାବାଙ୍କ ପାଖରେ ଲାଗିହେଲା ଗଜଭୋଗ। ରାତି ତମାମ ଉଜାଗର ରହି ଶ୍ରଦ୍ଧାଳୁମାନେ  ହରିହର ବେଶରେ ବାବା ଧବଳେଶ୍ୱରଙ୍କ ଦର୍ଶନ କରିଛନ୍ତି। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ୱରଙ୍କ ପାଖରେ ପ୍ରସିଦ୍ଧ ଗଜଭୋଗ ଓ ତରଣ ଲାଗି କରାଯାଇଛି। ବଡ଼ ଓଷା ଓ କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ପାଇବା ପରେ ନିଜର ବ୍ରତ ଉଦଯାପନ କରିଛନ୍ତି।ଗତକାଲି ରାତି ସାରା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଥିଲା। ରାତି ୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ମଙ୍ଗଳ ଆଳତୀ କରାଯିବା ସହ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଥିଲା। ସମସ୍ତ ରୀତିନୀତି ସମ୍ପନ୍ନ ହେବା ପରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା।  ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି। ଏଥିପାଇଁ ପୂଜକଙ୍କ ପକ୍ଷରୁ ସମସ୍ତ ବସାଘର ଆଗରେ ପ୍ରସାଦ ବିକ୍ରିର ବ୍ୟବସ୍ଥା କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!