ମୁମ୍ବାଇ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ

ନୂଆଦିଲ୍ଲୀ,୧୪।୧୧: ମୁମ୍ବାଇ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ। ମୁମ୍ବାଇ ଡୋମେଷ୍ଟିକ୍ ଏୟାପୋର୍ଟର (T1) ସିଆଇଏସ୍‌ଏଫ୍‌ କଣ୍ଟ୍ରୋଲ ରୁମ୍‌କୁ ଏଭଳି କିଛି ଧମକପୂର୍ଣ୍ଣ ଫୋନ୍‌ କଲ ଆସିଛି। ମହମ୍ମଦ ନାମକ ଜଣେ ବ୍ୟକ୍ତି ମୁମ୍ବାଇରୁ ଆଜେରବାଇଜାନକୁ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା ଧମକରେ କେହି ଜଣେ ବ୍ୟକ୍ତି କହିଛନ୍ତି। ଏହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ମୁମ୍ବାଇ ବିମାନ ବନ୍ଦରରେ ସୁରକ୍ଷା ବଢ଼ାଇ ଦିଆଯାଇଛି।ସେପଟେ ଧମକ ମିଳିବା ପରେ ତୁରନ୍ତ ସିଆଇଏସ୍‌ଏଫ୍‌ ଟିମ୍‌ ଆକ୍ସନ ମୁଡ୍‌କୁ ଆସିଛି। ଏନେଇ ସହାର ପୁଲିସ ଷ୍ଟେସନକୁ ଆଲର୍ଟ କରିଛି। ଏହାପରେ ପୁଲିସର ଏକ ଟିମ୍‌ ବିମାନବନ୍ଦରରେ ନିୟୋଜିତ କରାଯାଇଛି। ବିମାନ ବନ୍ଦରର ତନ୍ନ ତନ୍ନ କରି ଯାଞ୍ଚ ଚାଲିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!