ରାଜ୍ୟରେ ମଧ୍ୟାହ୍ନ ଭୋଜନର ମୂଲ୍ୟରେ ଏକ ଟଙ୍କା ବୃଦ୍ଧି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର ସ୍କୁଲପିଲାଙ୍କ ମଧ୍ୟାହ୍ନଭୋଜନ ଖର୍ଚ୍ଚକୁ ପ୍ରତି ପିଲା ପିଛା ଦୈନିକ ଏକ ଟଙ୍କା ବୃଦ୍ଧି କରିଛନ୍ତି । ଆଉ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କ ମାସିକ ୨ହଜାର ଟଙ୍କା ଖର୍ଚ୍ଚକୁ ମଧ୍ୟ ସମ୍ପୂର୍ଣ୍ଣ ଛାଡ଼ କରିଛନ୍ତି । ଏଣିକି ପିଲାମାନେ ଆଦର୍ଶ ସ୍କୁଲ ହଷ୍ଟେଲରେ ମାଗଣାରେ ରହିପାରିବେ ଓ ରାଜ୍ୟ ସରକାର ସେମାନଙ୍କ ହଷ୍ଟେଲ ଖର୍ଚ୍ଚ ବହନ କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ଯୋଗ ଦେଇ ଏହି ଘୋଷଣା କରିଛନ୍ତି ।ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ପିଲାମାନଙ୍କୁ ପୌଷ୍ଟିକ ଗରମ ରନ୍ଧା ଖାଦ୍ୟ ଯୋଗାଇ ଦେବା, ବିଦ୍ୟାଳୟରେ ପଢୁଥିବା ଛାତ୍ର ଛାତ୍ରୀମାନଙ୍କ ଉପସ୍ଥାନ ବୃଦ୍ଧି କରିବା, ସ୍କୁଲ ବାହାରେ ଥିବା ପିଲାମାନଙ୍କୁ ବିଦ୍ୟାଳୟ ପରିସରଭୁକ୍ତ କରିବା, ପିଲାମାନଙ୍କ କୁପୋଷଣ ଓ ପୁଷ୍ଟିହୀନତା ଦୂର କରିବା ପାଇଁ ପ୍ରାଧନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ (ପି.ଏମ୍. ପୋଷଣ) ଯୋଜନା କାର୍ଯ୍ୟକାରୀ ହେଉଛି । ରାଜ୍ୟର ୫୦ ହଜାରରୁ ଉର୍ଦ୍ଧ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ହାରାହାରୀ ୪୩ ଲକ୍ଷ ଛାତ୍ରଛାତ୍ରୀ ଏହି ମଧ୍ୟାହ୍ନ ଭୋଜନ ଯୋଜନାରେ ଉପକୃତ ହେଉଛନ୍ତି । ବର୍ତ୍ତମାନ ଏହି ଯୋଜନାରେ ସରକାର ପ୍ରତ୍ୟେକ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ଟ ୫.୯୦ ଓ ଉଚ୍ଚପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ଟ୮.୮୨ ଦୈନିକ ପଡି ମୂଲ୍ୟର ଖର୍ଚ୍ଚ ଧାର୍ଯ୍ୟ କରିଛନ୍ତି । ବର୍ତ୍ତମାନର ବଜାର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଦୈନିକ ପଡି ମୂଲ୍ୟ ଉପରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ୧ଟଙ୍କା ଲେଖାଏଁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!