ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ପାରାଦୀପ,୧୫ା୧୧: ପାରାଦୀପ ହେଉଛି ପ୍ରଗତିର ମୁଖଶାଳା । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟିତ କରି ଏଭଳି କହଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ। ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ହୋଇଥିଲା ବୈଭବଶାଳୀ। ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରା ଆମର ଗର୍ବ ଓ ଗୌରବ । ପାରାଦୀପର ନାମ ସ୍ମରଣ କଲେ ଦେହରେ ଶିହରଣ ସୃଷ୍ଟି ହୁଏ । ଯେଉଁଠି ଦିନେ ହେନ୍ତାଳ ବଣ ଥିଲା, ସେଠି ଆଜି ପରିପୂର୍ଣ୍ଣ ଆଧୁନିକ ପାରାଦୀପ ବନ୍ଦର ଛିଡା ହୋଇଛି । ଭାରତରେ ସ୍ଵତନ୍ତ୍ର ସ୍ଥାନ ଅଧିକାର କରିଛି ପାରାଦୀପ ବନ୍ଦର ।ଏଥିସହ ସେ କହିଛନ୍ତି, କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ । ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ହୋଇଥିଲା ବୈଭବଶାଳୀ । ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!