ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି

ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇ ନ ଥିଲା। କାର୍ତ୍ତିକ ମାସରେ ହବିଷ୍ୟାଳୀ ଏବଂ ଭକ୍ତଙ୍କର ପ୍ରବଳ ଭିଡ ଯୋଗୁଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇନଥିଲା। କିନ୍ତୁ ଏବେ କାର୍ତ୍ତିକ ମାସ ଶେଷ ହୋଇଯାଇଛି। ତେଣୁ ଏଏସଆଇ ପକ୍ଷରୁ ବର୍ତ୍ତମାନ ମରାମତି କାର୍ଯ୍ୟ ଆରମ୍ଭ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।   ଏନେଇ ଏଏସ୍‌ଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!