ପୁରୀ ,୨୩।୧୧:ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ। ଶ୍ରୀମନ୍ଦିର ପ୍ରଶାସନର ଏହି ରିପୋର୍ଟ ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ। ଏଏସଆଇ ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ ଏନଜିଆରଆଇ ସହାୟତା ନିଆଯାଇଥିଲା। ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ଯ୍ୟ ହାଇଦ୍ରାବାଦ ସ୍ଥିତ ଏନ.ଜି.ଆର୍.ଆଇ ସହାୟତାରେ କରାଯାଇଥିଲା । ଶ୍ରୀମନ୍ଦିରର ସ୍ଥାୟିତ୍ବ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ୍ ରହିଛି ।ତେଣୁ ବୈଷୟିକ ରିପୋର୍ଟ ହସ୍ତଗତ ହୋଇସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି, ରକ୍ଷଣାବେକ୍ଷଣ ତଥା ସଂରକ୍ଷଣ କାର୍ଯ୍ଯ ହାତକୁ ନେବାକୁ ଏ.ଏସ.ଆଇ କର୍ତ୍ତୃପକ୍ଷଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |