ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୪ା୧୧: ରାଜ୍ୟ ସରକାର ଶନିବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।  ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ESI ବିଭାଗର ପ୍ରମୁଖ ସଚିବ ନିଯୁକ୍ତ ହୋଇଛନ୍ତି। ଯାମିନୀ ଷଡ଼ଙ୍ଗୀ ହେଲେ ସିଟି GST କମିଶନର। ସୁଧାଂଶୁ ମୋହନ ସାମଲଙ୍କୁ OMC ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଭାବେର ନିଯୁକ୍ତି ଦେଇଛନ୍ତି ସରକାର। OMC MD ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ବଲୱନ୍ତ ସିଂ ହଟିଛନ୍ତି। ଇନ୍ଦ୍ରମଣି ତ୍ରିପାଠୀ ହେଲେ ଶ୍ରମ କମିଶନର। ଏବେ ବିଜୟ ଅମୃତ କୁଲାଙ୍ଗେ ଶ୍ରମ କମିଶନର ଭାବରେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!