ପୁରୀ,୨୫ା୧୧: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ମାର୍ଗଶୀର କୃଷ୍ଣପକ୍ଷ ଦଶମୀ ତିଥିରେ ଗୁପ୍ତନୀତି ଦ୍ୱାରା ଶ୍ରୀ ବିଗ୍ରହଙ୍କ ଶ୍ରୀଅଙ୍ଗର ସୁରକ୍ଷା ଦିଆଯାଏ । ଶ୍ରୀ ବିଗ୍ରହଙ୍କ ଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ଏହି ନୀତି ଅନୁଷ୍ଠିତ ହୋଇଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସୋମବାର ଚାରି ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ।ନୀତି ସମ୍ପୂର୍ଣ୍ଣ ହେବା ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ ଏବଂ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |