ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ,୨୫।୧୧:ଆଜିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ବାଚସ୍ପତି ଓମ୍‌ ବିର୍ଲା ଅଧିବେଶନ ଆରମ୍ଭରେ ଲୋକ ସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।  ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପାଇଁ ବିରୋଧୀ ଦାବି ରଖିଛନ୍ତି। ଆଦାନୀ ଲାଂଚ କାରବାର ଅଭିଯୋଗ ପ୍ରସଙ୍ଗ, ଓ୍ୱାକଫ୍‌ ବିଲ୍‌, ମଣିପୁର ହିଂସା, ବାୟୁ ପ୍ରଦୂଷଣ, ରେଳ ଦୁର୍ଘଟଣା ଆଦି ପ୍ରସଙ୍ଗରେ ଆଲୋଚନା ପାଇଁ ବିରୋଧୀ ଦାବି କରିଛନ୍ତି।ଅଧିବେଶନ ଆରମ୍ଭରୁ ବିରୋଧୀ ଆଦାନୀ ଗ୍ରୁପ ବିରୋଧରେ ଆମେରିକା ଆଣିଥିବା ଲାଞ୍ଚ ଅଭିଯୋଗ ସମେତ ମଣିପୁର ହିଂସା ପ୍ରସଙ୍ଗ ଏବଂ ଓ୍ବାକଫ୍‌ ସଂଶୋଧନ ବିଲ ଉପରେ ତୁରନ୍ତ ଆଲୋଚନା ପାଇଁ ଦାବି କରି ଉଭୟ ଗୃହରେ ହୋ-ହଲ୍ଲା କରିଥିଲେ। ଏନେଇ ଉଭୟ ଗୃହକୁ ବାଚସ୍ପତି ସ୍ଥଗିତ କରିଥିଲେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସମ୍ବିଧାନ ଦିବସ ଅବସରରେ ଗୃହକାର୍ଯ୍ୟ ବନ୍ଦ ରହିବ। ଏଭଳି ପରିସ୍ଥିତିରେ ବୁଧବାର ପୁଣି ଗୃହର ପ୍ରକ୍ରିୟା ଆରମ୍ଭ ହେବ।ଅଧିବେଶନ ଆରମ୍ଭରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇ କହିଥିଲେ, ସମ୍ବିଧାନର ୭୫ ବର୍ଷରେ ଆମେ ପ୍ରବେଶ କରିଛୁ। ନୂଆ ଏମ୍‌ପିମାନେ ନୂଆ ଆଶା ନେଇ କାମ କରିବାକୁ ଆସିଛନ୍ତି। ଅନେକ ସମସ୍ୟା ରହିଛି, ଅନେକ ବିଷୟରେ ଆଲୋଚନା କରିବାର ଅଛି। ଅଧିବେଶନ ସୁରୁଖୁରୁରେ ଚାଲୁବୋଲି ଆଶା କରୁଛି। ଅଧିବେଶନରେ ବିରୋଧୀ ହଙ୍ଗାମା ନ କରି ଆଲୋଚନାରେ ସାମିଲ ହୁଅନ୍ତୁ ବୋଲି ମୋଦି ନିବେଦନ କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!