ଡିଜି କନଫରେନ୍ସକୁ ଆସି ପ୍ରଧାନମନ୍ତ୍ରୀ ୩ ଦିନ ଓଡ଼ିଶାରେ ରହିବେ

ଭୁବନେଶ୍ୱର,୨୫ା୧୧: ନଭେମ୍ବର ୨୯ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ୨୯ରେ ଓଡ଼ିଶାରେ ପହଞ୍ଚି ୩୦ ଓ ୧ ତାରିଖରେ କନଫରେନ୍ସରେ ଯୋଗଦେବେ । ମୋଦିଙ୍କ ଓଡ଼ିଶା ଗସ୍ତ ନେଇ ରବିବାର ପ୍ରତିକ୍ରିୟା ରଖିଥିଲେ ରାଜ୍ୟ ଭାଜପା ଦଳ ସଭାପତି ମନମୋହନ ସାମଲ । ସେ କହିଥିଲେ ଯେ, ଆସନ୍ତା ୨ ମାସ ଭିତରେ ପ୍ରଧାନମନ୍ତ୍ରୀ ୩ ଥର ଓଡ଼ିଶା ଗସ୍ତ କରିବେ । ସରକାରଙ୍କ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ରହଣୀ କାର୍ଯ୍ୟକ୍ରମ ଥିବା ସେ ଗଣମାଧ୍ୟମକୁ ଜଣାଇଥିଲେ ।ଆଇନ ମନ୍ତ୍ରୀଙ୍କ ପୂର୍ବରୁ ଡିଜିପି ୱାଇ. ବି ଖୁରାନିଆ ସୂଚନା ଦେଇଥିଲେ ଯେ ୨୯ ତାରିଖରୁ ରାଜ୍ୟରେ ଚାଲିବାକୁ ଥିବା ୩ ଦିନିଆ ଡିଜିପି ସମ୍ମିଳନୀ ପାଇଁ ପ୍ରସ୍ତୁତି ସରିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଯୋଗ ଦେବେ। ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପି ଯୋଗଦେବେ। ଏହା ସହିତ ବିଭିନ୍ନ ସୁରକ୍ଷା ଏଜେନ୍ସୀର ମୁଖ୍ୟମାନେ ଏଥିରେ ଯୋଗ ଦେବେ। ଜାତୀୟ ସ୍ତରରେ ଥିବା ସୁରକ୍ଷା ଜନିତ ସମସ୍ୟା ସମ୍ପର୍କରେ ଏହି ସମ୍ମିଳନୀରେ ଆଲୋଚନା କରାଯିବ। ରାଜ୍ୟର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ।ପ୍ରଥମ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏହି ସମ୍ମିଳନୀକୁ ଉଦଘାଟନ କରିବେ। ସରକାରଙ୍କ ବିଭିନ୍ନ ଏଜେଣ୍ଡା ସମ୍ପର୍କରେ ସେଠାରେ ଆଲୋଚନା ହେବ । ଏଥିପାଇଁ ଅତିଥି ରହିବା ସ୍ଥାନ, ମିଟିଂ ସ୍ଥାନରେ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ଓଡ଼ିଶା ପୁଲିସ ପକ୍ଷରୁ ସମସ୍ତ ସୁରକ୍ଷା ସମ୍ପର୍କିତ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!