ଅଗ୍ନିଶମ ବିଭାଗରେ ସାମିଲ ହେବେ ମହିଳା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍‌ଶୀଘ୍ର ୨ ହଜାରରୁ ଊଦ୍ଧର୍‌ବ ଗୃହରକ୍ଷୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଅଗ୍ନିଶମ ବିଭାଗରେ ସାମିଲ ହେବେ ମହିଳା । ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଅଗ୍ନିଶମରେ ମହିଳାଙ୍କୁ ନିଯୁକ୍ତି ନେଇ ବ୍ୟବସ୍ଥା କରାଯିବ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି ।‘ସବୁ ବିଭାଗରେ ମହିଳା ଥିଲେ ବି ଅଗ୍ନିଶମରେ ନାହାନ୍ତି ମହିଳା । ଅଗ୍ନିଶମରେ ବି ମହିଳାଙ୍କୁ ନିଯୁକ୍ତି ନେଇ ପ୍ରସ୍ତାବ ଦେଇଥିଲେ ପ୍ରଭାତୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!