ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ

ଭୁବନେଶ୍ୱର, ୨୮ା୧୧: ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ । ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନ ହୋହାଲ୍ଲା ହଟ୍ଟଗୋଳ ମଧ୍ୟରେ ବିତିଥିବା ବେଳେ ଦ୍ଵିତୀୟ ଦିନ ସୁରୁଖୁରୁରେ ଚାଲିଥିଲା ।  ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୁରୁବାର ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପଟେ ଗୃହ କାର୍ଯ୍ୟ ୨୯ ଓ ୩୦ ତାରିଖରେ ବନ୍ଦ ରଖାଯିବ ବୋଲି ବାଚସ୍ପତି ଘୋଷଣା କରିଛନ୍ତି। ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ଟି ବିଲ୍‌ ଆଗତ କରିଥିଲେ। ସାର୍ବଜନୀନ ପରୀକ୍ଷା ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା, ନିରପେକ୍ଷତା ଓ ବିଶ୍ୱସନୀୟତା ଆଣିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଆଜି ତୃତୀୟ ଦିବସରେ ସ୍ଵାଭାବିକ ହୋଇପାରେ ଗୃହ କାର୍ଯ୍ୟ। ଏହା ସହ ଆଜି ଗୃହରେ ଶିଶୁବିକ୍ରି, ଆମ୍ବ ଟାକୁଆ ଖାଇ ଆଦିବାସୀ ମୃତ୍ୟୁ ଓ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଭଳି ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଗୃହରେ ଆଲୋଚନା ହୋଇପାରେ ।ପ୍ରଶ୍ନକାଳରେ ଜଳ ସମ୍ପଦ, ରାଜସ୍ଵ ବିପର୍ଯ୍ୟୟ ପରିଚାଳନା , ଇସ୍ପାତ ଓ ଖଣି ,ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରଶ୍ନ ରହିଛି । ଶୂନ୍ୟକାଳରେ ବହୁ ଗୁରୁତ୍ଵପୁର୍ଣ୍ଣ ପ୍ରସଙ୍ଗ ଉଠାଇ ପାରନ୍ତି ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟମାନେ । ଏହା ସହ ଆଜି ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଲ୍ ଆଣିବା ସହ ଅନେକ ବିଲ୍ ର ସଂଶୋଧନ ନେଇ ବିଧାନସଭାରେ ଉପସ୍ଥାପନା କରିପାରନ୍ତି।ତେବେ ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ଶୀତ ଅଧିବେଶନର ତୃତୀୟ ଦିନ ସରଗରମ ହୋଇପାରେ ବିଧାନସଭା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!