କାଲି ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର, ୨୮ା୧୧ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି।ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ । ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତାକାଲିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ବି ଓଡ଼ିଶା ଆସୁଛନ୍ତି। ତେଣୁ ଡିଜିପି ଓ ଆଇଜି ସମ୍ମିଳନୀ ପାଇଁ ସୁରକ୍ଷା ବଳୟରେ ରହିଛି ଭୁବନେଶ୍ୱର।ଆସନ୍ତାକାଲି ଅପରାହ୍ନ ୪ଟା ୨୦ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ତା’ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ ଭିତରେ ଶାହା ମଧ୍ୟ ରହିବେ। ତେବେ ଦଳୀୟ କାର୍ଯ୍ୟକ୍ରମ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ବିମାନବନ୍ଦରଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବ। ସେଠାରେ ଆୟୋଜିତ ଏକ ସଭାକୁ ସମ୍ବୋଧିତକରି ସେ ରାଜଭବନ ଆସିବେ। ୬ଟା ୩୦ରେ ଦଳର ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଭିନ୍ନ ସମୀକ୍ଷା କରିବେ। ପ୍ରଧାନମନ୍ତ୍ରୀ ରାତ୍ରିଭୋଜନ ମଧ୍ୟ କରିବେ ବୋଲି ମନମୋହନ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!