ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଫେଙ୍ଗଲ୍ : ଓଡ଼ିଶାରେ ୨ ଯାଏଁ ବର୍ଷା!

ଚେନ୍ନାଇ, ୨୯।୧୧: : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଫେଙ୍ଗଲ୍’ । ଅପରାହ୍‌ଣ ୨ଟା ୩୦ରେ ବାତ୍ୟାର ରୂପ ନେଲା ଗଭୀର ଅବପାତ । କାଲି ତାମିଲନାଡୁ ଉପକୂଳର ନିକଟବର୍ତ୍ତୀ ହେବ ବାତ୍ୟା । ‘ଫେଙ୍ଗଲ୍’ ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଚେନ୍ନାଇସ୍ଥିତ ତାମିଲନାଡୁର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (ଆରଏମସି) କହିଛି ଯେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୩ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।ଏହାର ପ୍ରଭାବ କିନ୍ତୁ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ତାମିଲନାଡୁରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ପୂର୍ବରୁ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ବର୍ଷା ସହ କୋହଲା ପାଗ କରିଛି। ଓଡ଼ିଶାରେ ଏପରି ପାଗ ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ଏଥିସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି।ସେହିପରି ୩୦ ଓ ୧ତାରିଖରେ ମଧ୍ୟ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣରବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପାଗ ମେଘୁଆ ରହିବା ସହିତ ଗୋଟିଏରୁ ଦୁଇଟି ସ୍ଥାନାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!