ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା

ଭୁବନେଶ୍ୱର,୩୦।୧୧: ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି । ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର । ଆସନ୍ତାକାଲିଠୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ୭ ଟଙ୍କା ୬୪ ପଇସାକୁ ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ । ପୂର୍ବରୁ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି ହୋଇଛି । ପୂର୍ବରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା ।ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!