ରାଜ୍ୟରେ ଆଳୁ ସଙ୍କଟ ରହିବନି , ୟୁପିରୁ ଆସୁଛି ୩୦୦ ଟ୍ରକ୍ ଆଳୁ

ଭୁବନେଶ୍ୱର,୧ା୧୨: ଉତ୍ତରପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ । ଆସନ୍ତାକାଲି ସକାଳ ସୁଦ୍ଧା ୟୁପି ଆଳୁ ଓଡ଼ିଶାରେ ପହଞ୍ଚିବ । ଫଳରେ ରାଜ୍ୟରେ ଆଉ ରହିବନି ଆଳୁ ସଂକଟ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅସାଧୁ ବ୍ୟବସାୟୀଙ୍କୁ ମଧ୍ୟ ଚେତାବନୀ ଦେଇଛନ୍ତି ମନ୍ତ୍ରୀ । ଅଧିକ ଦରରେ ଆଳୁ ବିକ୍ରି କଲେ ଏନଫୋର୍ସମେଣ୍ଟ ଟିମ୍ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବ ।ସେ କହିଛନ୍ତି, ଏବେ ଆଳୁ କିଲୋ ୩୫ ଟଙ୍କାରେ ବିକ୍ରି ହେଉଛି। କେଉଁଠି କେଉଁଠି ଅତି ବେଶୀରେ ୪୦ ଟଙ୍କାରେ ବିକ୍ରି ହେଉଛି। ଏନଫୋର୍ସମେଣ୍ଟ ଟିମ୍ ଗଠନ କରାଯାଇଛି। ଯଦି କୌଣସି ବ୍ୟବସାୟୀ ଅଧିକ ଦରରେ ଆଳୁ ବିକ୍ରି କରିବେ, ତା’ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।ସେପଟେ ମଙ୍ଗଳବାରଠୁ ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀଙ୍କ ଆନ୍ଦୋଳନ ଡାକରା ଉପରେ ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍ ଆଳୁ ଗଚ୍ଛିତ ଅଛି । ତାଙ୍କର ଚାହିଦା ଅତି ବେଶୀରେ ୫ ଲକ୍ଷ ମେଟ୍ରିକ ଟନ୍ । ତେଣୁ ବାକି ୨ ଲକ୍ଷ ମେଟ୍ରିକ ଟନ୍ ଆଳୁ ସେମାନେ ଅନ୍ୟ ରାଜ୍ୟକୁ ଦେଇପାରିବେ । କିନ୍ତୁ ପଶ୍ଚିମବଙ୍ଗ ସରକାର ଅନୁମତି ଦେଉନଥିବାରୁ ବ୍ୟବସାୟୀ କ୍ଷତି ସହିବେ । ସେଥିପାଇଁ ପଶ୍ଚିମବଙ୍ଗର ବ୍ୟବସାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ପଶ୍ଚିମବଙ୍ଗ ବ୍ୟବସାୟୀ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଚାହୁଁଛନ୍ତି । କିନ୍ତୁ ସେଠାକାର ସରକାର ଅନୁମତି ଦେଉନାହାନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!